ଅନ୍ୟାନ୍ୟ

ଯୁବତୀଙ୍କୁ କମେଣ୍ଟ ଅଭିଯୋଗରେ ଯୁବକଙ୍କୁ ନିସ୍ତୁକ ମାଡ଼

ଭୁବନେଶ୍ୱର, ୨୮/୧୦/୨୦୨୨-  ପୁଣି ହଜିଗଲା ମାନବିକତା । ସାମାନ୍ୟ ଭୁଲ ପାଇଁ ଯୁବକଙ୍କୁ ଦଣ୍ଡିତ କଲେ ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ତାଳଚେର ବାଲୁଙ୍ଗା ଗାଁରେ ।  ବାଳୁଙ୍ଗା ଗାଁର ଯୁବତୀମାନେ କଲେଜକୁ ପାଠ ପଢିବାକୁ ଯାଉଥିବା ବେଳେ ସ୍ଥାନୀୟ ୩ ଜଣ ଯୁବକ ସେମାନଙ୍କୁ କମେଣ୍ଟ ମାରୁଥିଲେ । ଏପରିକି ଅଶ୍ଳୀଳ ଇଙ୍ଗିତ ମଧ୍ୟ କରୁଥିଲେ । ଏହି କଥା ଯୁବତୀମାନେ ଗାଁରେ କହିବା ପରେ ଗାଁ ଲୋକ ଏକାଠି ହୋଇ ଆଜି ଛକି ରହିଥିଲେ ।

ଶୁକ୍ରବାର ପୁଣି ୩ ଜଣ ଯୁବକ ଯୁବତୀ ମାନଙ୍କୁ କମେଣ୍ଟ କରିବା ବେଳେ ଗାଁ ଲୋକ ଧରିବାକୁ ଚେଷ୍ଟା କରିଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣ ଖସି ପଳାଇବାକୁ ସକ୍ଷମ ହୋଇଥିବା ବେଳେ ଜଣଙ୍କୁ କାବୁ କରିନେଇଥିଲେ ଗ୍ରାମବାସୀ । ଯୁବକଙ୍କୁ ଧରିବା ପରେ ଉତ୍ତମ ମଧ୍ୟମ ଦେଇଥିଲେ । ପରେ ସଂପୃକ୍ତ ଯୁବକଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ । ଏ ସମ୍ପର୍କରେ ଖବର ପାଇ ତାଳଚେର ପୁଲିସ ଗାଁ ରେ ପହଂଚି ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲା । ଏହାପରେ ଅନ୍ୟ ଦୁଇ ଯୁବକଙ୍କୁ ମଧ୍ୟ ଆଣି ଥାନାରେ ଅଟକ ରଖିଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com