ବାଣିଜ୍ୟ

ବରଗଡରେ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପଦ୍ମପୁର, ୨୯/୧୦/୨୦୨୨-   ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି । ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ନବୀନ ମତବ୍ୟକ୍ତ କରିଛନ୍ତି ।

ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉ ଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ। ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ । ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଓ ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର  ଯୋଜନା ମଧ୍ୟ ଆରମ୍ଭ କରାଯାଇଛି । ଏନେଇ ପଦ୍ମପୁର ନିର୍ବାଚନ ମଣ୍ଡଳୀବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com