ଅନ୍ୟାନ୍ୟ

ଗୁଜରାଟ ଝୁଲାପୋଲ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଭେଟିବେ ମୋଦୀ

ତିନି ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  । ତେବେ ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ମୋରବୀ ଯିବା ସହିତ ସେଠାରେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଭେଟିବେ । ଖାଲି ସେତିକି ନୁହେଁ, ପ୍ରଧାନମନ୍ତ୍ରୀ ହସ୍ପିଟାଲ ଯାଇ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ରବିବାର ସନ୍ଧ୍ୟାରେ ଘଟିିଥିବା ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଏବେ ସୁଦ୍ଧା ୧୪୧ ଜଣଙ୍କ ମୃତ୍ୟୁ ହୋଇସାରିଛି । ୨୦ ଜଣ ଲୋକ ବର୍ତ୍ତମାନ ସୁଦ୍ଧା ଗୁରୁତର ଭାବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବର୍ତମାନ ସମସ୍ତ ଆହତଙ୍କର ଚିକିତ୍ସା ଚାଲିଥିବାବେଳେ, ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ମଧ୍ୟ ଅନୁମାନ କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com