
ବିଗିଡ଼ିଲା ମହାରାଷ୍ଟ୍ରର ବରିଷ୍ଠ ନେତା ତଥା ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା। ହଠାତ୍ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ସପ୍ତାହରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି। ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ସେ ନଭେମ୍ବରରେ ହେବାକୁ ଥିବା ପାର୍ଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରାରେ ଯୋଗଦେବେ ବୋଲି ଜଣାପଡ଼ିଛି। ଅସୁସ୍ଥତା କାରଣରୁ ପାୱାରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ଏନସିପି ପକ୍ଷରୁ ସୂଚନା ଦିଆଯାଇଛି।