Featuredଓଡ଼ିଶାଜାତୀୟରାଜନୀତି

ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ଆସନ୍ତା ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ । ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ସେ ଓଡିଶା ଆସି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ।  ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ରହଣିର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ ।  ୧୧ ତାରିଖରେ ଦିଲ୍ଲୀ ଫେରିଯିବେ ମହାମହିମ । ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com