ବାଣିଜ୍ୟ

ନଭେମ୍ବର ୨୪ ରୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର, ୦୩/୧୧/୨୦୨୨ –   ଆସନ୍ତା ନଭେମ୍ବର ୨୪ ରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ନଭେମ୍ବର ୨୪ରେ ଅର୍ଥମନ୍ତ୍ରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନା କରିବେ । ଡିସେମ୍ବର ୨ରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ  । ଷୋଡଶ ବିଧାନସଭାର ୧୧ ତମ ଅଧିବେଶନ ପାଇଁ ଏହି ଘୋଷଣା କରାଯାଇଛି । ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ ଆସିବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com