Featuredଅନ୍ତର୍ଜାତୀୟରାଜନୀତି

ଇମ୍ରାନ ଖାନଙ୍କୁ ଗୁଳିମାଡ଼ : ଇସଲାମାବାଦରେ ଲକଡାଉନ

ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ସମର୍ଥକ ମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସ୍ଥିତି ଅଣାୟତ ହୋଇପଡ଼ିଥିବା ବେଳେ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍ କରିଦିଆଯାଇଛି । ଇମ୍ରାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଏବେ ଲାହୋର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତେବେ ଇମ୍ରାନ ବିପଦମୁକ୍ତ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଏହି ଆକ୍ରମଣରେ ଇମ୍ରାନଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ସହଯୋଗୀ ଆହତ ହୋଇଛନ୍ତି ।  ଗୁଳି ଚଳାଇଥିବା ବ୍ୟକ୍ତିକୁ ଗିରଫ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com