Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜିଠୁ ମହାପଞ୍ଚକ ବ୍ରତ, ପୁରୀରେ ସ୍ବତନ୍ତ୍ର ନୀତିକାନ୍ତି

ଆଜିଠୁ ମହାପଞ୍ଚକ ବ୍ରତ । ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଆଜି ପ୍ରଥମ ଦିନରେ ହରି ଉତ୍ଥାପନ ଏକାଦଶୀ ପାଇଁ ନୀତି କରାଯିବା ସହ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ଆସନ୍ତାକାଲି ମହାପ୍ରଭୁଙ୍କ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହେବ । ପଞ୍ଚକ ତୃତୀୟ ଦିନରେ ଠାକୁରଙ୍କ ତ୍ରିବିକ୍ରମ ବେଶ, ଚତୁର୍ଥ ଦିନରେ ଲକ୍ଷ୍ମୀନୃସିଂହ ବେଶ ଓ ପଞ୍ଚମ ତଥା ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପଞ୍ଚକ ବ୍ରତଧାରୀଙ୍କୁ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com