Featuredଓଡ଼ିଶାଜାତୀୟ

ରାଷ୍ଟ୍ରପତିଙ୍କ ଗସ୍ତ ନେଇ ବିମାନବନ୍ଦରରେ କମିଶନରେଟ ପୋଲିସର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ନେଇ କମିଶନରେଟ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭୁବନେଶ୍ବର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର, ଡିସିପି, ବିମାନବନ୍ଦର ନିର୍ଦ୍ଦେଶକ ଓ ସିଆରପିଏଫ ଅଧିକାରୀ । ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ସୁରକ୍ଷା ଲାଗି ମୁତୟନ ହେବେ ୫୫ ପ୍ଲାଟୁନ ପୋଲିସ ଫୋର୍ସ । ଏହା ସହ ୩୦୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ସୁରକ୍ଷା ଦାୟିତ୍ବରେ ରହିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବିମାନବନ୍ଦରଠାରୁ ରାଜଭବନ ପର୍ଯନ୍ତ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ସେ ସବୁ ସ୍ଥାନରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । ଆସନ୍ତାକାଲି ଫୁଲ୍ ଡ୍ରେସ ରିହଲସଲ କରାଯିବ । ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ଦେବା ପାଇଁ ରିହଲସଲ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com