Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଆଜି କାର୍ତ୍ତିକ ମାସର ଶେଷ ଦିନରେ ପୁସ୍କରଣୀରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ । ଓଡ଼ିଶା ସଂସ୍କୃତି ଓ ପରମ୍ପରାକୁ ମନେ ପକାଇ ଡଙ୍ଗା ଭସାଇଛନ୍ତି ରାଜ୍ୟବାସୀ । ଚନ୍ଦ୍ରଗ୍ରହଣ ପାଇଁ ମଧ୍ୟରାତ୍ରୀ ୨ ଟାରୁ ଭୋର ୫ଟା ୪୫ ମଧ୍ୟରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ସେହିପରି ଭୁବନେଶ୍ବର ବିନ୍ଦୁସାଗରରେ ଅନୁଷ୍ଠିତ ହୋଇଯାଇଛି ବୋଇତ ବନ୍ଦାଣ ଉତ୍ସବ । ଚନ୍ଦ୍ର ଗ୍ରହଣ ପାଇଁ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥିବାବେଳେ, ଭୋର ୫ଟା ୫୪ ମିନିଟ ପରଠାରୁ ଦେବ ନୀତି ବନ୍ଦ ରହିଛି । ଆଜି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଛି । ଭକ୍ତ ଶ୍ରୀଜିଉଙ୍କୁ ସୁନାବେଶରେ ଦର୍ଶନ କରୁଛନ୍ତି । ଦିନ ୨ଟା ୩୮ ପର୍ଯ୍ୟନ୍ତ ଦର୍ଶନ କରିପାରିବାର ସୌଭାଗ୍ୟ ପାଇବେ ଭକ୍ତ । ଧର୍ମ ମାସ କାର୍ତ୍ତିକର ଆଜି ଅନ୍ତିମ ଦିବସ ଥିବାରୁ ଶ୍ରୀକ୍ଷେତ୍ରରେ ମହୋଦଧି ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀ ମାନଙ୍କରେ ଡଙ୍ଗା ଭସାଇବା ପାଇଁ ମଧ୍ୟ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com