ବାଣିଜ୍ୟ

ଆରମ୍ଭ ହେଲା ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର

 ଭୁବନେଶ୍ୱର, ୧୧/୧୧/୨୦୨୨ –    ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ତମ ମନୋଭାବ, ଶିକ୍ଷା ପ୍ରତି ଅଧିକ ଆଗ୍ରହ ଓ କର୍ମ ପ୍ରବଣତା ଆଣିବା ପାଇଁ ସରକାର ଆଉ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି । ଚଳିତ ଶିକ୍ଷା ବର୍ଷରୁ ”ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର” ଯୋଜନା ଆରମ୍ଭ କରାଯାଇଛି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ପ୍ରାୟ ୫୦ହଜାର ଛାତ୍ରଛାତ୍ରୀ, ୧୫୦୦ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ତଥା ଶିକ୍ଷା ପରିଚାଳନାରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହନ ଓ ସମ୍ବର୍ଦ୍ଧନା ଦିଆଯିବ ।

ଏଥିରେ ବ୍ଲକ ଏବଂ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରୁ ଆରମ୍ଭ କରି ରାଜ୍ୟସ୍ତରୀୟ ପୁରସ୍କାର ମହୋତ୍ସବ ଆୟୋଜିତ ହେବ । ଏସବୁର ପରିଚାଳନା ପାଇଁ ୧୦୦ କୋଟିର ବ୍ୟୟ ଅଟକଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ୧୯୪୧ ଛାତ୍ରଛାତ୍ରୀ ଓ ୧୫୫୯ ଶିକ୍ଷକ/ଶିକ୍ଷୟିତ୍ରୀ ଅଂଶଗ୍ରହଣ କରିବେ । ଶୁକ୍ରବାର ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରସ୍ତାବିତ ଯୋଜନା ଉପରେ ଆଲୋଚନା କରାଯାଇଛି । ଏଥିରେ ନଭେମ୍ବର ୧୪ରୁ ୧୬ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସୁରଭି କାର୍ଯ୍ୟକ୍ରମ ନେଇ ସମୀକ୍ଷା କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବହୁ ବିଭାଗୀୟ ଉଚ୍ଚ ପଦାଧିକାରୀ ଉପସ୍ଥିତ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com