ଓଡ଼ିଶା

ସିଲଭରସିଟିରୁ ଏକ ମୋବାଇଲ ଚୋରକୁ ଧରିଲା କଟକ କମିଶନରେଟ ପୋଲିସ

କଟକ: ସିଲଭରସିଟିରୁ ଏକ ମୋବାଇଲ ଚୋରକୁ ଧରିଲା କଟକ କମିଶନରେଟ ପୋଲିସ । ଧରା ପଡିଥିବା ମୋବାଇଲ ଲୁଟେରାର ନାଁ ସରୋଜ ବେହେରା । ଗିରଫ ଅଭିଯୁକ୍ତର ଘର ସତୀଚୌରା ଅଞ୍ଚଳ ଇମାମପଡା ବସ୍ତିରେ ବୋଲି ଜଣାପଡିଛି ।

ସରୋଜ ଠାରୁ ମୋଟ 49 ଟି ମୋବାଇଲ ଜବତ କରିଛି ଲାଲବାଗ ଓ ବିଡାନାସି ପୋଲିସ ।ଅଭିଯୁକ୍ତ ସରୋଜ ଶିଶୁ ଭବନକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ସମ୍ପର୍କୀୟଙ୍କ ମୋବାଇଲକୁ ଚୋରି କରି ନେଉଥିବା ପୋଲିସ ପକ୍ଷରୁ କୁହାଯାଇଛି । ତେବେ ଏଣିକି ସହର ବିଭିନ୍ନ ଥାନା ପଡି ରହିଥିବା ମୋବାଇଲ ଚୋରୀ ଓ ହଜିବା ମାମଲା ଗୁଡିକୁ ଗୁରୁତର ଭାବେ ଗ୍ରହଣ କରାଯିବ ବୋଲି କହିଛନ୍ତି କଟକ DCP ପିନାକ ମିଶ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com