Featuredଓଡ଼ିଶାରାଜନୀତି

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣ କଲା ବିଜେଡି, କିଏ ମାରିବା ବାଜି ?

ଭୁବନେଶ୍ୱର: ଶେଷରେ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣ କରିଛି ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷାରାଣୀ ବରିହାଙ୍କୁ ବିଜେଡି ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ବର୍ଷା ବରିହା ହେଉଛନ୍ତି ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ।

ସେପଟେ ୨୦୧୯ ରେ ପଦ୍ମପୁରରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତକୁ ଦଳ ପୁଣି ଥରେ ଟିକେଟ୍ ଦେଇଛି । କଂଗ୍ରେସ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି ।

ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡିଛି । ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ ତାରିଖରେ ଭୋଟ ଗଣତି ହେବ ।

ସେପଟେ ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଅବଧି ହ୍ରାସ ପାଇଛି। ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ। ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶୀତ ଦିନ ଏବଂ ମାଓବାଦୀ ଅଞ୍ଚଳ ହୋଇଥିବାରୁ ଭୋଟିଂ ସମୟ ହ୍ରାସ କରାଯାଇଛି।

 

Related Articles

Back to top button
WP Twitter Auto Publish Powered By : XYZScripts.com