Featuredଓଡ଼ିଶା

‘ଦମନ’ ଚଳଚ୍ଚିତ୍ର କୁ ଟିକସ ମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି ।

ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ। ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । Covid ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି.।

 

Related Articles

Back to top button
WP Twitter Auto Publish Powered By : XYZScripts.com