ବାଣିଜ୍ୟ

କୋରାଇରେ ମାଲବାହୀ ଟ୍ରେନ ଦୁର୍ଘଟଣା : ୩ ଜଣଙ୍କ ମୃତ

କୋରାଇ, ୨୧/୧୧/୨୦୨୨-   ଯାଜପୁର କୋରାଇ ରେଳ ଷ୍ଟେସନରେ ସୋମବାର ସକାଳେ ଏକ ମାଲବାହୀ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୮ ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛିି । ଆହତ ମାନଙ୍କୁ କୋରେଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ରେଳ ଧାରଣା ଟପି ଟ୍ରେନର ୮ଟି ବଗି ପ୍ଲାଟଫର୍ମକୁ ମାଡି ଆସିବା ଯୋଗୁଁ ଏପରି ଦୁର୍ଘଟଣା ଘଟିଛି ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି । ସେହିପରି ଆହତ ମାନଙ୍କ ଆରୋଗ୍ୟ କାମନା କରିବା ସହ ଆବଶ୍ୟକ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦୁର୍ଘଟଣା ଘଟିବା ପରେ ୮ ଟି ଟ୍ରେନକୁ ସାମୟିକ ଭାବେ ବାତିଲ କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ରେଳବାଇ ପକ୍ଷରୁ ମୃତକଙ୍କୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com