ବାଣିଜ୍ୟ

ଶନିବାର ସକାଳ ୧୦ଟା ୩୦ ଯାଏ ଗୃହକୁ ମୁଲତବି ଘୋଷଣା

ଭୁବନେଶ୍ୱର, ୨୫/୧୧/୨୦୨୨-   ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ଶୁକ୍ରବାର ଗୃହ ଆରମ୍ଭରୁ  ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ମୁହାଁମୁହିଁ ହୋଇଥିଲେ । ଶାସକ ଦଳ ପକ୍ଷରୁ ଏମଏସପି ବୃଦ୍ଧି ଦାବି ହୋଇଥିଲା । ଅପର ପକ୍ଷରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରସଙ୍ଗ ଉଠାଇଥିଲେ । ଏହାଫଳରେ ଗୃହରେ ପ୍ରବଳ ହଟ୍ଟଗୋଳ ସୃ‌ଷ୍ଟି ହୋଇଥିଲା । ଏହାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।

ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଗୃହ ବାହାରେ ଧାରଣା ଦେଇଥିଲେ । ନାରାବାଜି ଭିତରେ ବିଭିନ୍ନ କମିଟିର ରିପୋର୍ଟ ଉପସ୍ଥାପନ ହୋଇଛି । ପୁନଶ୍ଚ ପୁନଶ୍ଚ ଗୃହ ସ୍ୱାଭାବିକ ନହେବାରୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି ରଖା ଯାଇଥିଲା । ଏହା ପରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସର୍ବଦଳୀୟ ବୈଠକ ଡାକିଥିଲେ । କିନ୍ତୁ ସର୍ବଦଳୀୟ ବୈଠକ ପରେ ବି ଗୃହ ସ୍ୱାଭାବିକ ହୋଇପାରି ନ ଥିଲା । ଫଳରେ ବାଚସ୍ପତି ଗୃହକୁ ଶନିବାର ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com