ବାଣିଜ୍ୟ

କେନ୍ଦୁପତ୍ରରୁ ଜିଏସ୍‌ଟି ଛାଡ଼ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର, ୨୬/୧୧/୨୦୨୨-  କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ।  କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଲାଗିଛି । ଯାହା ଦ୍ୱାରା ତୋଳାଳି ପ୍ରଭାବିତ ହେଉଛନ୍ତି । ତେଣୁ ଏହା ଉପରେ ଲାଗିଥିବା ୧୮ ପ୍ରତିଶତ ଜିଏସ୍‌ଟିକୁ ଛାଡ଼ ପାଇଁ ଅନୁରୋଧ କରିଛନ୍ତି । ଯାହାଦ୍ୱାରା ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଲାଭବାନ ହେବେ  ।  କିଛିଦିନ ପୂର୍ବେ ହୋଇଥିବା ଜିଏସ୍‌ଟି ବୈଠକରେ କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଯାହାକୁ ନେଇ କେନ୍ଦୁପତ୍ର ତୋଳାଳିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com