ଅନ୍ୟାନ୍ୟ

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆକ୍ସନ ମୋଡରେ ପୁଲିସ

ଭୁବନେଶ୍ୱର,୨୯/୧୧/୨୦୨୨-  ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆକ୍ସନ ମୋଡରେ ପୁଲିସ । ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନରତ ଓକିଲଙ୍କ ଟେଣ୍ଟଙ୍କୁ ଉପାଡ଼ି ଦେଇଛି ପୁଲିସ । ଏହା ସହିତ ଓକିଲ ଓ ପୁଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ପୂର୍ବରୁ କଡ଼ା ନିର୍ଦ୍ଦେଶ ଦେଇଥିଲେ । ଆନ୍ଦୋଳନରୁ ନ ଓହରିଲେ ଆନ୍ଦୋଳନକାରୀ ଓକିଲଙ୍କ  ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଆବଶ୍ୟକସ୍ଥଳେ ଆନ୍ଦୋଳନକାରୀ ଓକିଲଙ୍କୁ ଗିରଫ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କାର୍ଯ୍ୟକୁ ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜୁଡ଼ିସିଆଲ ଅଧିକାରୀ, କୋର୍ଟ ପରିସର ଏବଂ ଅଭିଯୋଗକାରୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି ସୁପ୍ରିମକୋର୍ଟ।

Related Articles

Back to top button
WP Twitter Auto Publish Powered By : XYZScripts.com