Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆରମ୍ଭ ହେଲା କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ

ଗୁରୁବାରଠୁ ଆରମ୍ଭ ହୋଇଛି କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ । ଏଥିଲାଗି ଉତ୍ସବମୁଖର ହୋଇଉଠିଛି ପର୍ଯ୍ୟଟନସ୍ଥଳୀ କୋଣାର୍କ ଓ ଚନ୍ଦ୍ରଭାଗା ବେଳାଭୂମି ।। ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ରଙ୍ଗୀନ ହେବ ରଙ୍ଗମଞ୍ଚ । ନୃତ୍ୟଶିଳ୍ପୀ ଓ ଦର୍ଶକଙ୍କ ଅପେକ୍ଷାରେ ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ । ରଙ୍ଗମଞ୍ଚ ପରିସରରେ ଛୋଟବଡ଼ ବୃକ୍ଷରାଜି, ରଙ୍ଗବେରଙ୍ଗର ଚାନ୍ଦୁଆ, ମାଠିଆ ଉପରେ ଚିତ୍ରକଳା ରାତିର ଶୋଭାକୁ ଅତ୍ୟନ୍ତ ଲୋଭନୀୟ କରୁଛି । ସନ୍ଧ୍ୟାରେ ଓଡ଼ିଶୀ, କଥକ, ମଣିପୁରୀ, ମୋହିନୀ ଆଟ୍ଟମ, ଭାରତନାଟ୍ୟମ୍‌ ଆଦି ନୃତ୍ୟ ପରିବେଷଣ ସହିତ ଚନ୍ଦ୍ରଭାଗା ବେଳାଭୂମିରେ ଦେଶ ବିଦେଶର ଶତାଧିକ ବାଲୁକା ଶିଳ୍ପୀ ବିଭିନ୍ନ ପ୍ରସଙ୍ଗରେ ସେମାନଙ୍କ କଳାକୃତି ପ୍ରଦର୍ଶନ କରିବେ । ସେହିଭଳି ଏହି ଅବସରରେ ହସ୍ତଶିଳ୍ପ ପ୍ରଦର୍ଶନୀ, ହେଲିପ୍ୟାଡରେ ଅପେରା, ମୀନା ବଜାର, ପୁସ୍ତକ ମେଳା, ସାହିତ୍ୟ ଆସର, ବେଳାଭୂମି ପଦଯାତ୍ରା, ଚିତ୍ରକଳା ପ୍ରତିଯୋଗିତା ଅନ୍ୟତମ ଆକର୍ଷଣ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com