ଓଡ଼ିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ ଚିହ୍ନଟ, ୮ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର() ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୩ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୪ ଜଣ, ସମ୍ୱଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୧୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com