Featuredଓଡ଼ିଶାମନୋରଞ୍ଜନ

ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗ ଚଳଚ୍ଚିତ୍ର ତଥା ସାଂସ୍କୃତିକ ଜଗତରେ ବିରାଟ ଶୂନ୍ୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କର ୮୨ ବର୍ଷ ବୟସରେ କଟକ ସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ସେ ହେଉଛନ୍ତି ଓଲିଉଡ଼ ଜଗତର ଜଣେ ଜଣାଶୁଣା ଚେହେରା । ତାଙ୍କ ମୃତ୍ୟୁରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି ।ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି ।ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

କଟକର ଚାନ୍ଦିନି ଚୌକର ଏକ ଖ୍ରୀଷ୍ଟିୟାନ ଯୌଥ ପରିବାରରେ ତାଙ୍କର ଜନ୍ମ ହୋଇଥିଲା। ସମେସ୍ତ ତାଙ୍କୁ ଶ୍ରଦ୍ଧ।ରେ ଡାକୁଥିଲେ ଝୁମୁ। ଝରଣାଙ୍କ ଘରେ ସେମାନେ ଥିଲେ ଦଶ ଭାଇ ଭଉଣୀ। ନରସିଂହ ମହାପାତ୍ରଙ୍କ ଏକ ନାଟକରେ ପ୍ରଥମକରି ନାୟିକା ଭାବେ ଅଭିନୟ କରିଥିଲେ ଝରଣା। ତାଙ୍କ ବଡ଼ ଭାଇଙ୍କ ଅନ୍ତରଙ୍ଗ ବନ୍ଧୁ ଅଭିନେତା ଅକ୍ଷୟ ମହାନ୍ତି  ଓ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି ଚାହୁଁଥିଲେ ଝୁମୁ ଅଭିନେତ୍ରୀ ହୁଅନ୍ତୁ । କଳାକାର ହେବାର କିଛି ପ୍ରତିଭା ବି ପିଲାଦିନୁ ଦେଖିବାକୁ ମିଳିଥିଲା ଝରଣା ଦାସଙ୍କ କ୍ଷେତ୍ରରେ । ସେ ଅନେକ ସମୟରେ ବାପାଙ୍କ ଗୀଟାର ଲୁଚାଇ ଲୁଚାଇ ବଜାଉଥିଲେ । ବିନା ତାଲିମରେ ସ୍କୁଲରେ ପଢୁଥିବା ସମୟରେ ଆକାଶବାଣୀ କଟକର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ । ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ ଝରଣା ଦାସ । ଚିତ୍ରତ୍ତୋଳକ ଦୀପକ ଦାସଙ୍କୁ ସେ ବିବାହ କରିଥିଲେ।

ମଲାଜହ୍ନ, ଅମଡ଼ା ବାଟ ଓ ଅଭିନେତ୍ରୀ ଆଦି କଥାଚିତ୍ରରେ ଅଭିନୟ କରି ସେ ବେଶ ଖ୍ୟାତି ଅର୍ଜନ କରିଥିଲେ ।ସେ ଚଳଚ୍ଚିତ୍ର ବ୍ୟତୀତ, ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ । ଆ’ ଜହ୍ନରେ ଲେଖିବା ନାଁ, ଭାଗ୍ୟ ଚକ୍ର, ସୁନା ଭାଉଜ, ଇତ୍ୟାଦି ଚଳଚିତ୍ରରେ ଅଭିନୟର ଯାଦୁଗରୀ ଦେଖାଇଛନ୍ତି । ସେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ, ଜୟଦେବ ପୁରସ୍କାର,ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ଼, ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ ଆଦି ଲାଭ କରିଥିଲେ ।

 

Related Articles

Back to top button
WP Twitter Auto Publish Powered By : XYZScripts.com