ଅନ୍ୟାନ୍ୟ

 ଭଦ୍ରକ ଜିଲ୍ଲା କଂଗ୍ରେସ ପକ୍ଷରୁ ୮ ଘଣ୍ଟିଆ ଭଦ୍ରକ ବନ୍ଦ

ଭୁବନେଶ୍ୱର, ୦୫/୧୨/୨୦୨୨-  ଭଦ୍ରକରେ ମେଡିକାଲ କଲେଜ ଓ ଭଦ୍ରକ ସ୍ୱୟଂଶାସିତ ମହାଵିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ କରିବା ଦାବିରେ  ଭଦ୍ରକ ଜିଲ୍ଲା କଂଗ୍ରେସ ପକ୍ଷରୁ ସକାଳ ୬ ରୁ ୨ ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ଭଦ୍ରକ ବନ୍ଦ ପାଳନ କରାଯାଉଛି । ଏଥିପାଇଁ ସୋମବାର ଅଖ ଚକବନ୍ଦ ରହିଛି । ଵିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ କରାଯାଉଛି । ସରକାରୀ କାର୍ଯ୍ୟାଳୟ, କୋର୍ଟ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀମାନେ ରହିଛନ୍ତି । ସେହିପରି ଭଦ୍ରକ ନୂଆ ବସଷ୍ଟାଣ୍ଡ ଠାରେ ୧୬ ନମ୍ବର ଜାତୀୟ ରାଜପଥକୁ ମଧ୍ୟ ଅବରୋଧ କରାଯାଇଛି । ଭଦ୍ରକ ବାସୀଙ୍କ ସ୍ୱାର୍ଥକୁ ନଜରରେ ରଖି ଜିଲ୍ଲା କଂଗ୍ରେସ ଏହି ନିଷ୍ପତ୍ତି ନେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com