ଅନ୍ୟାନ୍ୟ

ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା

 ଭୁବନେଶ୍ୱର- ୦୬ /୧୨ /୨୦୨୨, ବ୍ରିଟିଶ ନାଗରିକଙ୍କ ପାଇଁ ପୁଣି ଇ-ଭିସା ବ୍ୟବସ୍ଥା ଆରମ୍ଭ କରିବେ କେନ୍ଦ୍ର ସରକାର । କରୋନା ମହାମାରୀ ପରେ ୨୦୨୦ ମାର୍ଚ୍ଚ ପରଠୁ ଇ-ଭିସା ନୀତି କାର୍ଯ୍ୟକାରୀ ହେଉନଥିଲା । ତେବେ ଆଗକୁ କ୍ରିଷ୍ଟମାସ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି, ଏଭଳି ନିଷ୍ପତ୍ତି ନେଇଛନ୍ତି ଭାରତ ସରକାର ।  ବର୍ଷ ଆରମ୍ଭରୁ କେବଳ ୟୁକେ ଓ କାନାଡ଼ା ଭଳି କେତେକ ହାତ ଗଣତି ଦେଶକୁ ଛାଡ଼ିଦେଲେ, ଅନ୍ୟ ଦେଶର ନାଗରିକଙ୍କ ପାଇଁ ଇ-ଭିସା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଥିଲା ।ଏହି ଭିସା ୱେବସାଇଟ୍ ଖୁବଶୀଘ୍ର ଖୋଲିବାକୁ ଯାଉଥିବା ବେଳେ ବ୍ରିଟେନ୍ ନାଗରିକମାନେ ଏଣିକି ଆବେଦନ କରିପାରିବେ।

ତେବେ ବର୍ତ୍ତମାନ ବ୍ରିଟିଶ ନାଗରିକଙ୍କ ପାଇଁ ଇ-ଭିସା କାର୍ଯ୍ୟକାରୀ ହେବା ଅତି ଖୁସିର ବିଷୟ ବୋଲି କହିଛନ୍ତି ଲଣ୍ଡନ ସ୍ଥିତ ଭାରତୀୟ ହାଇକମିଶନର ।  ସେପଟେ ଶୀତ ଋତୁ ପୂର୍ବରୁ ବ୍ରିଟିଶ ନାଗରିକଙ୍କ ପାଇଁ ଇ-ଭିସା ନୀତି କାର୍ଯ୍ୟକାରୀ ହେବା ପରେ ଏହାକୁ ସ୍ୱାଗତ କରିଛନ୍ତି ଦେଶର ବିଭିନ୍ନ ଟ୍ରାଭେଲ ଓ ଟୁରିଜିମ୍ ସଂସ୍ଥା ।

Related Articles

Back to top button
WP Twitter Auto Publish Powered By : XYZScripts.com