ଅନ୍ୟାନ୍ୟ

ଆଜିଠାରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ ,୦୭ /୧୨ /୨୦୨୨- ସଂସଦର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ  ହୋଇ ଆସନ୍ତା ୨୯ ତାରିଖ ଯାଏ, ଚାଲିବାକୁ ଥିବା ଅଧିବେଶନରେ ରହିଛି ମୋଟ ୧୭ଟି କାର୍ଯ୍ୟ ଦିବସ । ଏହି ଅଧିବେଶନ କାଳରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିବାର କାର୍ଯ୍ୟକ୍ରମ ରହିଛି । ଚଳିତ ଅଧିବେଶନରେ ପ୍ରାୟ ୧୬ଟି ନୂଆ ବିଲ୍ ଆଗତ ହେବ । ବିଶ୍ବସ୍ତରୀୟ ଟ୍ରେଡମାର୍କ ରେଜିଷ୍ଟ୍ରେସନ ବିଲ୍, ବହୁମୁଖୀ ରାଜ୍ୟ ସମବାୟ ସମିତି ସଂଶୋଧନ ବିଲ୍-୨୦୨୨ ଆଦି ଚଳିତ ଅଧିବେଶନରେ ଆଗତ ହେବ ।

ଉଭୟ ଲୋକସଭା ଓ ରାଜ୍ୟସଭାରେ ସରକାର ଅତିରିକ୍ତ ଅନୁଦାନ, ଚଳିତ ଆର୍ଥିକ ବର୍ଷରେ ଜାରି ରହିଥିବା କାର୍ଯ୍ୟକ୍ରମ ଉପରେ ଅଧିକ ବ୍ୟୟ ସମ୍ପର୍କରେ ମଧ୍ୟ ଆଲୋଚନା ହେବ । ଶାନ୍ତି ଶୃଙ୍ଖଳା ସହ ଗୃହ ଚଳାଇବା ପାଇଁ ଗତକାଲି ସର୍ବଦଳୀୟ ବୈଠକ ବସିଥିଲା ।ସମବାୟ ସଂସ୍ଥାଗୁଡିକୁ ସଶକ୍ତ କରିବା, ସେଥିରେ ସଂସ୍କାର ଆଣିବା, ସମବାୟ ସଂସ୍ଥା ନିର୍ବାଚନକୁ ସ୍ବଚ୍ଛ କରିବା ଲାଗି ଆସିବ, ବହୁମୁଖୀ ରାଜ୍ୟ ସମବାୟ ସମିତି ସଂଶୋଧନ ବିଲ୍-୨୦୨୨ ।  ।ବିଶ୍ବସ୍ତରୀୟ ଟ୍ରେଡମାର୍କ ରେଜିଷ୍ଟ୍ରେସନ ବିଲ୍ ପାରିତ ହେଲେ ,ଜଣେ ବ୍ୟକ୍ତି ସାରା ବିଶ୍ବରେ ଟ୍ରେଡମାର୍କ ପାଇବାର ଅଧିକାର ହାସଲ କରିବେ ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com