ମୟୂରଭଞ୍ଜ: ମୟୂରଭଞ୍ଜ ଶିମିଳିପାଳ ଅଭୟାରଣ୍ୟ ଜେନାବିଲ ରେଞ୍ଜରେ ହାତୀ ପୋଡା ମାମଲାରେ କାର୍ଯ୍ୟାନୁଷ୍ଠାନ । ନିଲମ୍ବନ ପରେ ୩ ଜଣ ବନ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଗିରଫ ୩ ବନ କର୍ମଚାରୀ ହେଲେ ଜେନାବିଲ ରେଞ୍ଜ ଇନଚାର୍ଯ୍ୟ ଫରେଷ୍ଟର ଶିବଶଙ୍କର ସାମଲ, ଫରେଷ୍ଟର ଚନ୍ଦ୍ରଭାନୁ ବେହେରା ଓ ଫରେଷ୍ଟ ଗାର୍ଡ ବିନୋଦ କୁମାର ଦାସ । ଗତ ୭ ତାରିଖରେ ଶିମିଳିପାଳରେ ହାତୀ ମୃତ୍ୟୁ ନେଇ ଖବର ଆସିଥିଲା । ଜେନାବିଲରେ ୫୦ ଜଣିଆ ଯାଞ୍ଚ ଦଳ ଗଠନ କରି ଏଠାରେ ଖୋଜାଖୋଜି ପରେ କୌଣସି ପ୍ରତ୍ୟକ୍ଷ ପ୍ରମାଣ ମିଳିନଥିଲା । ସ୍ଥାନୀୟ ବନ କର୍ମଚାରୀଙ୍କୁ ଜେରା ପରେ ହାତୀ ମୃତ୍ୟୁ ଘଟଣା ଘଟିଥିବା ନେଇ ସୁରାକ୍ ମିଳିଥିଲା । କାର୍ଯ୍ୟାନୁଷ୍ଠାନ ଭୟରେ ବନ କର୍ମଚାରୀ ମୃତ ହାତୀକୁ ପୋଡ଼ିଥିବା ଜଣାପଡ଼ିଥିଲା । ହାତୀକୁ ପୋଡ଼ିବା ପରେ ରହି ଯାଇଥିବା ଦେହାବଶେଷକୁ ନିକଟରେ ଥିବା ଏକ ଜଳ ପ୍ରପାତରେ ପକାଇଥିଲେ । ଏହି ଖବର ଜଣାପଡିବା ପରେ ୩ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା । ହାଇକୋର୍ଟରେ ବିସ୍ତୃତ ରିପୋର୍ଟ ଦେବେ ପିସିସିଏଫ୍ ।
Related Articles
Check Also
Close
-
ନିୟୁ ଇଣ୍ଡିଆ ଲିଟରାସି ପ୍ରୋଗ୍ରାମରେ ଓଡ଼ିଶାର ୭ଟି ଜିଲ୍ଲା ସାମିଲ ହେବNovember 3, 2022