Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ:  ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି  । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ବିଶେଷ ନୀତି ମହାପ୍ରଭୁଙ୍କ ଅତ୍ୟନ୍ତ ଗୁପ୍ତ ହୋଇଥିବା ବେଳେ ଦତ୍ତ ମହାପାତ୍ର ସେବକ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com