କ୍ରୀଡ଼ା

ହକି ବିଶ୍ବକପ ପୂର୍ବରୁ ରାଉରକେଲା ଗସ୍ତରେ ତିନି ସଚିବ

ଭୁବନେଶ୍ବର: ହକି ବିଶ୍ବକପ ପୂର୍ବରୁ ଆଜି ରାଉରକେଲା ଗସ୍ତ କରି ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ମୁଖ୍ୟଶାସନ ସଚିବଙ୍କ ସହ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଆର. ଭିନୀଲ କ୍ରିଷ୍ଣା ବି ଗସ୍ତ କରିବେ । ରାଉରକେଲା ବିମାନ ବନ୍ଦରରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚିବେ । ହକି ବିଶ୍ବକପ ପୂର୍ବରୁ ରାଉରକେଲା ସହରରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ବିଭାଗୀୟ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କ ସହ ସବିଶେଷ ଆଲୋଚନା କରିବେ ।  ଜାନୁଆରୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସହିତ ରାଉରକେଲାରେ ପୁରୁଷ ହକି ବିଶ୍ବକପ ଅନୁଷ୍ଠିତ ହେବ । ହକିର ଗଡ଼ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରଥମ ଥର ପାଇଁ ବିଶ୍ୱକପ ଆୟୋଜନ କରାଯାଉଥିବାରୁ ଏହାକୁ ସଫଳ କରିବା ପାଇଁ ପ୍ରଶାସନ, ରାଉରକେଲା ମହାନଗର ନିଗମ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com