ଅନ୍ୟାନ୍ୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଲସ୍କର-ଇ-ତୋଇବା ଆତଙ୍କବାଦୀ ମୃତ

ଭୁବନେଶ୍ୱର, ୨୦/୧୨/୨୦୨୨-   ଜାମ୍ମୁ କାଶ୍ମୀର ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଲସ୍କର-ଇ-ତୋଇବା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ଠାରୁ ଗୋଟିଏ AK-47 ଓ ୨ଟି ପିସ୍ତଲ ଜବତ ହୋଇଛି । ମୃତ ୩ ଆତଙ୍କବାଦୀଙ୍କ ମଧ୍ୟରୁ ୨ଜଣଙ୍କ ପରିଚୟ ମିଳିଛି । ସେମାନେ ହେଉଛନ୍ତି ଲତିଫ୍ ଲୋନ୍ ଏବଂ ଉମେର ନାଜିର । ଏନେଇ କାଶ୍ମୀର A.D.G.P ସୂଚନା ଦେଇଛନ୍ତି । ଜମ୍ମୁ-କଶ୍ମୀର ପୁଲିସର ସୂଚନା ଅନୁଯାୟୀ, କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା । ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ । ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନାରେ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଅଞ୍ଚଳରେ ଏବେବି ସର୍ଚ୍ଚ ଅପରେଶନ ଜାରି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com