ଅନ୍ୟାନ୍ୟ

ଓଡ଼ିଶା ପିଲାମାନେ କାହାଠାରୁ କମ୍ ନୁହଁନ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩/୧୨/୨୦୨୨-  ଓଡ଼ିଶା ପିଲା କାହା ଠାରୁ କମ୍‌ ନୁହଁନ୍ତି ।ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି । ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ଶୁକ୍ରବାର ଜନଜାତି ପିଲାଙ୍କୁ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । SC ST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ

ସେହିପରି କ୍ରୀଡାବିତ୍‌ ଦିଲ୍ଲୀପ ତିର୍କୀଙ୍କ ଉଦାହରଣ ଦେଇ ସେ ଜଣେ ଓଡିଆ ପୁଅ । ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି । ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତୀତ୍ବର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି । ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ । ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ ।

ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ୨୦୨୧ ଓ ୨୦୨୨ର ହାଇସ୍କୁଲ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଯଥା- ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା  ପ୍ରଦୀପ ମାଝୀ, ୫-ଟି ଭି.କେ ପାଣ୍ଡିଆନ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍‌. ବାଲକ୍ରିଷ୍ଣନ ଓ ଉନ୍ନୟନ କମିଶନର ପି.କେ. ଜେନା ଉପସ୍ଥିତ ଥିଲେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ଶ୍ରୀମତୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com