ଅନ୍ୟାନ୍ୟ

ମା ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କଲେ ୫ଟି ସଚିବ

ଭୁବନେଶ୍ୱର, ୨୪/୧୨/୨୦୨୨-    କୋଣାର୍କ ଓ କାକଟପୁର ଗସ୍ତରେ ଯାଇ ବିଭିନ୍ନ ବିକାଶ କାମ ବୁଲି ଦେଖିବା ସହ ମା ମଙ୍ଗଳାଙ୍କ ପୀଠର ଉନ୍ନତିକରଣ ସମ୍ପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ ୫ଟି ସଚିବ ଭି କେ ପାଣ୍ଡିଆନ୍ । ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ଭାବରେ ମା ମଙ୍ଗଳା ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ପାଇଁ କାକଟପୁର ଆସିଥାନ୍ତି । ତେଣୁ ୫ଟି ଉପକ୍ରମରେ ଏ ପୀଠର ଉନ୍ନତିକରଣ ବିଷୟରେ ମଙ୍ଗଳା ପୀଠର ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ । ମନ୍ଦିର ଜଳନିଷ୍କାସନ, ପାର୍କିଂ ଯାତ୍ରୀଙ୍କ ସୁବିଧା ପ୍ରାଚୀ ନଦୀ ଘାଟର ଉନ୍ନତିକରଣ ଆଦି ପାଇଁ ପଦକ୍ଷେପମାନ ଗ୍ରହଣ କରାଯିବ ବୋଲି ୫ଟି ସଚିବ ସୂଚନା ଦେଇଛନ୍ତି ।

ପରେ କୋଣାର୍କ ଯାଇ ୫ଟି ସଚିବ  ପାଣ୍ଡିଆନ୍ ଚନ୍ଦ୍ରଭାଗା ବେଳାଭୂମି ବିକାଶ କାମ, କୋଣାର୍କ ଚନ୍ଦ୍ରଭାଗା ରାଜ୍ୟ ରାଜପଥର ସମ୍ପ୍ରସାରଣ ଓ ନୂଆ ରିଂ ରୋଡ କାମ ଅନୁଧ୍ୟାନ କରିଥିଲେ।କୋଣାର୍କ ଚନ୍ଦ୍ରଭାଗା ରାଜପଥ ସମ୍ପ୍ରସାରଣ କାମ ୨୦୨୩ ଏପ୍ରିଲ ସୁଦ୍ଧା ଶେଷ କରିବାକୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ପୂର୍ବରୁ ପାଣ୍ଡିଆନ୍ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ସେଠାରୁ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଟିଚିଙ୍ଗ ହସ୍ପିଟାଲ ନିର୍ମାଣ କାମର ସମୀକ୍ଷା କରିଥିଲେ । ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ,ଏସପି, ତଥା ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com