ବାଣିଜ୍ୟ

୨୦୨୩ ଡିସେମ୍ବର ଯାଏ କେନ୍ଦ୍ର ସରକାର ଦେବେ ମାଗଣା ରାସନ

ନୂଆଦିଲ୍ଲୀ, ୨୪/୧୨/୨୦୨୨-    ଆହୁରି ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ରାସନ । ଏହି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୁଷ ଗୋୟଲ । ଶୁକ୍ରବାର  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର ଆଉ ଏକ ବର୍ଷ ପାଇଁ ୮୧.୩୫ କୋଟି ଲୋକଙ୍କୁ ମାଗଣା ରାସନ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ପ୍ରାୟ ଦୁଇ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ, କେନ୍ଦ୍ର ସରକାର ଏହାର ଭାର ବହନ କରିବେ। ପୂର୍ବରୁ ଚାଉଳ କିଲୋ ପ୍ରତି ୩ ଟଙ୍କା, ଗହମ କିଲୋପ୍ରତି ୨ଟଙ୍କା ଦରରେ ଯୋଗାଇ ଦିଆ ଯାଉଥିଲା । ଆସନ୍ତା ୨୦୨୩ ଡିସେମ୍ବର ଯାଏଁ କିନ୍ତୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯିବ ରାସନ୍।

Related Articles

Back to top button
WP Twitter Auto Publish Powered By : XYZScripts.com