କ୍ରୀଡ଼ା

ହକି ବିଶ୍ୱକପ୍ ପାଇଁ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର: ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍ ଲାଗି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇ ଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ।

ପ୍ରକାଶ ଥାଉକି ହକି ବିଶ୍ୱ କପ୍ ଲାଗି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ମାନଙ୍କୁ ଓଡିଶା ନିମନ୍ତ୍ରଣ କରିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତି ପରେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିବାକୁ ସ୍ଥିର ହୋଇଥିଲା । ସେହି କ୍ରମରେ ମନ୍ତ୍ରୀ ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେପଟେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

 

Related Articles

Back to top button
WP Twitter Auto Publish Powered By : XYZScripts.com