ଜୀବନଶୈଳୀ

ହକି ବିଶ୍ଵକପ୍ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛି ଓଡ଼ିଶା

ଭୁବନେଶ୍ୱର, ୨୮/୧୨/୨୦୨୨-    ପୁରୁଷ ହକି ବିଶ୍ଵକପ୍ ପାଇଁ ଓଡିଶା ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଏହା କାର୍ଯ୍ୟକାରୀ କରାଯାଉଛି । ଏହି କ୍ରମରେ ବୁଧବାର ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନମୋହନ ରେଡ୍ଡୀ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ ନିମନ୍ତ୍ରଣ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନଙ୍କ ତରଫରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଷ୍ଟାଲିନଙ୍କୁ ନିମନ୍ତ୍ରଣ ପତ୍ର ଦେଇଛନ୍ତି । ଏହାସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଷ୍ଟାଲିନ୍ । ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଭିନ୍ନକ୍ଷମ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଦିଲ୍ଲୀ ଯାଇ ଜଗନମୋହନଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେବା ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତି ପରେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରୁଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com