ଅନ୍ୟାନ୍ୟ

କାମ୍ବୋଡିଆର ହୋଟେଲରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର, ୨୯/୧୨/୨୦୨୨ –   କାମ୍ବୋଡିଆର ପୋଇପେଟ ଗ୍ରାଣ୍ଡ ଡାଇମଣ୍ଡ ସିଟି ହୋଟେଲ ଏବଂ କସିନୋରେ ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ୧୦ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୩୦ ଜଣରୁ ଅଧିକ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରତରମାନଙ୍କ ଭିତରୁ କିଛି ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପୂର୍ଣ୍ଣ ରହିଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହୀନି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ୮୦ ପ୍ରତିଶତ ନିଆଁକୁ ଆୟତ୍ତ କରାଯାଇଛି ବୋଲି ଅଗ୍ନିଶମ ବାହୀନି ସୂଚନା ଦେଇଛି । ହୋଟେଲରେ ବର୍ତ୍ତମାନ କିଛି ଲୋକ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com