ବିଜ୍ଞାନ ଓ ପ୍ରଯୁକ୍ତି

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର ୨୯/୧୨/୨୦୨୨ –   ଗୁରୁବାର ପାଳିତ ହେଉଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୩ତମ ପ୍ରତିଷ୍ଠା ଦିବସ ।  ଏହି ଅବସରରେ ଚିଲଡ୍ରେନ ପାର୍କ ଓ ପ୍ରାଣୀ ଚିକିତ୍ସାଳୟର ନୂତନ ଅପରେସନ ଥିଏଟର, ଶିଶୁ ପଶୁପାଳନ କେନ୍ଦ୍ର ଉଦଘାଟନ କରାଯିବ । ଏଥି ସହିତ ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ ମିରକେଟ, କଳା ହଂସଙ୍କୁ ସ୍ୱତନ୍ତ୍ର ଖୁଆଡ଼ରେ ଛଡ଼ାଯିବ । ଆଜିଠୁ ଏହି ନୂଆ ପଶୁପକ୍ଷୀଙ୍କୁ ପର୍ଯ୍ୟଟକ ଦେଖିବାକୁ ସୁଯୋଗ ପାଇବେ । ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ, ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେବେ । ତାଙ୍କ ସହିତ ସମ୍ମାନିତ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଜଙ୍ଗଲ ସଚିବ ମୋନା ଶର୍ମା, ମୁଖ୍ୟ ବନ୍ୟ ସଂରକ୍ଷକ ସୁଶୀଲ କୁମାର ପୋପ୍ଲେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com