ଅନ୍ୟାନ୍ୟ

ନୂଆ ବର୍ଷରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଓଡ଼ିଆରେ ଲେଖାଯିବ ନାମଫଳକ

ଭୁବନେଶ୍ୱର, ୩୦/୧୨/୨୦୨୨ –   ଆସନ୍ତା ୩୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ଓଡ଼ିଆରେ ନାମଫଳକ ଲେଖାଯିବ । ଜାନୁଆରୀ ମାସ ଶେଷ ସୁଦ୍ଧା ଏହି ପ୍ରକ୍ରିୟା ସମାପ୍ତ ହେବ । ମାତୃଭାଷାର ସମ୍ମାନ ଓ ଗୌରବକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି । ଏନେଇ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖାଯାଇଛି । ଏହାର କାର୍ଯ୍ୟକାରିତା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶେଷ ଧ୍ୟାନ ଦିଆଯିବା ଦରକାର । ପୂର୍ବରୁ ଏନେଇ ଅନେକ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଥିବା ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com