ଅନ୍ୟାନ୍ୟ

୧୨୦ ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ବିଜ୍ଞପ୍ତି 

ଭୁବନେଶ୍ୱର, ୩୦/୧୨/୨୦୨୨-     ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ ଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ ଦେଇଛନ୍ତି । ଏଥିପାଇଁ ଡିସେମ୍ବର ୨୦ରେ ଅନଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ୁନାହିଁ  । ଜାନୁଆରୀ ୧୯ ପର୍ଯ୍ୟନ୍ତ ଏହା ଜାରି ରହିବ । ତିନୋଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ । ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ସାର୍ଟିଫିକେଟ୍ ଯାଞ୍ଚ, ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ । କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ । ପରୀକ୍ଷା ସମ୍ପର୍କିତ ସବିଶେଷ ତଥ୍ୟ ୱେବସାଇଟରେ ଉପଲବ୍ଧ ରହିଛି । ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ ଦ୍ୱାରା ଡିସେମ୍ବର ୧୨ରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com