ଅନ୍ୟାନ୍ୟ

କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୧୨/୨୦୨୨-   କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ ଆରମ୍ଭ ହୋଇଛି । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ଅନୁମତି ମିଳିଛି । ୬ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ଟି ସ୍ପେଶାଲ MS / MD ପାଠ୍ୟକ୍ରମ ଅନୁମତି ମିଳିଛି । ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି, ଶ୍ୱାସରୋଗ ବିଭାଗରେ ୩ ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com