କ୍ରୀଡ଼ା

ସୁଧୁରୁଛି ରିଷଭ ପନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା

ଭୁବନେଶ୍ୱର, ୦୨/୦୧/୨୦୨୩-   ସୁଧୁରୁଛି ରିଷଭ ପନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା । ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଉଛି । ତାଙ୍କର MRI ସ୍କାନ କରାଯାଇଥିଲା, ଏଥିରେ ତାଙ୍କର ମସ୍ତିଷ୍କ ଓ ମେରୁଦଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଥିଲା । ତେବେ ରିଷଭଙ୍କ ଲିଗାମେଣ୍ଟକୁ ଆଘାତ ଲାଗିଛି । ଏହା ଠିକ୍ ହେବାକୁ ୩ରୁ ୬ ମାସ ସମୟ ଲାଗିବ । ଦୁର୍ଘଟଣାରେ ରିଷଭଙ୍କ ମୁହଁରେ ମଧ୍ୟ ଆଘାତ ଲାଗିଥିଲା । ଏହାକୁ ଭରିବାକୁ ପ୍ଲାଷ୍ଟିକ ସର୍ଜରୀ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏକ ଡାକ୍ତରୀଦଳ ନଜର ରଖିଛନ୍ତି । ବିସିସିଆଇ ମଧ୍ୟ ଲଗାତର ଭାବେ ଯୋଗାଯୋଗରେ ରହିଛି । ରିଷଭଙ୍କୁ ଭେଟିବାକୁ ହସ୍ପିଟାଲରେ ତାଙ୍କ ପ୍ରଶଂସକଙ୍କ ଭିଡ଼ ମଧ୍ୟ ଜମୁଛି ।

Related Articles

Back to top button
WP Twitter Auto Publish Powered By : XYZScripts.com