ଅନ୍ୟାନ୍ୟ

ସ୍ୱାଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୦୩ /୦୧/୨୦୨୩ –  ୩ ଦିନ ପରେ ସ୍ୱାଭାବିକ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ୨ ସେବାୟତ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ହୋଇଛି । ମଙ୍ଗଳବାର ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକ ପରେ ନୀତିକାନ୍ତି ପାଇଁ ସମାଧାନର ବାଟ ବାହାରିଛି ।

ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନୀତିକାନ୍ତି ଆରମ୍ଭ କରାଯାଇଛି । ଏଣିକି ପ୍ରତି ମାସରେ ଥରେ ମିଟିଂ କରି ବିଭିନ୍ନ ସମସ୍ୟାର ସ୍ଥାୟୀ ସମାଧାନ ଦିଗରେ କାମ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ନୂଆ ବର୍ଷ ଦିନ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ଭୋଗ ମାରା ହେବାକୁ ନେଇ ଦେଖା ବିବାଦ ଦେଇଥିଲା ।

 

Related Articles

Back to top button
WP Twitter Auto Publish Powered By : XYZScripts.com