ବିଜ୍ଞାନ ଓ ପ୍ରଯୁକ୍ତି

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୧୧/୦୧/୨୦୨୩ –    ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ତେଣୁ ଆଜି ସନ୍ଧ୍ୟା ୫ ଟାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।  ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ସେବକମାନଙ୍କୁ ବନକଲାଗି ନୀତି ପାଇଁ କସ୍ତୁରୀ, ନାଲି, ଧଳା, କଳା, ହିଙ୍ଗୁଳ ଓ ହରିତାଳ ଭଳି ସାମଗ୍ରୀ ଯୋଗାଇ ଦିଆଯାଇଛି । ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com