Featuredଐତିହ୍ୟ ଓ ସଂସ୍କୃତିଓଡ଼ିଶାଜାତୀୟଜୀବନଶୈଳୀ

ଆଜି ପବିତ୍ର ମକର ସଂକ୍ରାନ୍ତି ଓ ପୋଙ୍ଗଲ୍

ଭୁବନେଶ୍ୱର: ଆଜି ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡ଼କୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ ।ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ ।

 

Related Articles

Back to top button
WP Twitter Auto Publish Powered By : XYZScripts.com