ଓଡ଼ିଶା

ଦିନକ ପରେ ରାଜ୍ୟରେ ବଦଳିବ ପାଗ

     ଭୁବନେଶ୍ୱର, ୧୬/୦୧/୨୦୨୩ –    ଓଡ଼ିଶାରେ ମଙ୍ଗଳବାରଠାରୁ ବଦଳିବ ପାଗ । ଉତ୍ତରା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ କମିବା ପରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବୃଦ୍ଧି ହୋଇଛି । ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ମୟୁରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ଵର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଏବଂ ଜଗତସିଂହପୁରରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୧୮ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାନେଇ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ୟପଟେ ଏବେ ରାଜ୍ୟରେ ଶୀତ କମିଛି । ତେବେ ଗୁରୁଚାପ ବଳୟ ପ୍ରଭାବରେ ଘନ କୁହୁଡିର ଆବରଣ ଦେଖିବାକୁ ମିଳିଛି । ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା । କୁହୁଡ଼ି ଯୋଗୁଁ ଯାତାୟତ ପାଇଁ ଗାଡ଼ି ଚଳାଚଳରେ ଅସୁବିଧା ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com