ବାଣିଜ୍ୟ

୫ଟି ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭/୦୧/୨୦୨୩ –    ବିଦ୍ୟୁତ ସଂପ୍ରସାରଣ ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ବିଭିନ୍ନ ସ୍ଥାନରେ ଗ୍ରୀଡ ସବ୍‌ଷ୍ଟେସନ ସ୍ଥାପନ କରୁଛନ୍ତି । ଏହି ଧାରାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ସ୍ଥାନଗୁଡିକ ହେଲା- ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର, ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଏବଂ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମ । ଏହାଦ୍ୱାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେବେ ।

Related Articles

Back to top button
WP Twitter Auto Publish Powered By : XYZScripts.com