ବିଜ୍ଞାନ ଓ ପ୍ରଯୁକ୍ତି

ରାଜ୍ୟ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ଭୁବନେଶ୍ୱର, ୨୧/୦୧/୨୦୨୩ –     ରାଜ୍ୟ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଠାରୁ ଆରମ୍ଭ ହୋଇଛି । ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେ ନେଇ ରାଜ୍ୟ କାର୍ଯ୍ୟକାରିଣୀ ରାଜ୍ୟ ସରକାରଙ୍କ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମଣ୍ଡି ସମସ୍ୟା, ମାନ୍ଦାବସ୍ଥା, ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀ ବାଦ ପଡ଼ିବା ଆଦି ପ୍ରସଙ୍ଗ ଉପରେ କାର୍ଯ୍ୟକାରିଣୀରେ ଆଲୋଚନା ହୋଇପାରେ ।

ଏହା ପୂର୍ବରୁ ଦଳର ଦୁଇ ଦିନିଆ କେନ୍ଦ୍ରୀୟ କାର୍ଯ୍ୟକାରିଣୀ ଗତ ୧୬-୧୭ ତାରିଖରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନକୁ ନେଇ ଆଲୋଚନା ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com