Featuredଜାତୀୟ

ଗଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ୧୭ ରାଜ୍ୟର ପ୍ରଜ୍ଞାପନୀ ମେଢ଼

ନୂଆଦିଲ୍ଲୀ: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏହି ପ୍ରଜ୍ଞାପନ ମେଢ଼ ସବୁ ଦେଶର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ଅର୍ଥନୈତିକ ଅଗ୍ରଗତି ଏବଂ ବଳିଷ୍ଠ ଅଭ୍ୟନ୍ତରୀଣ ଓ ବାହ୍ୟ ନିରାପତ୍ତା ଉପରେ ଆଧାରିତ।

ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୭ଟି ଏବଂ କେତେକ ମନ୍ତ୍ରାଳୟ ଓ ବିଭାଗରୁ ୬ଟି ପ୍ରଜ୍ଞାପନ ମେଢ଼କୁ ମିଶାଇ ସମୁଦାୟ ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ।

୧୭ଟି ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରିବାକୁ ଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସବୁ ହେଉଛନ୍ତି, ଆସାମ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ପଶ୍ଚିମବଙ୍ଗ, ଜମ୍ମୁ ଓ କଶ୍ମୀର, ଲଦାଖ, ଦାଦର ନଗର ହାବେଳି ଏବଂ ଦାମନ ଓ ଦ୍ୟୁ, ଗୁଜରାଟ, ହରିୟାଣା, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଓ କେରଳ।

ସେହିପରି, ୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବାକୁ ଥିବା ମନ୍ତ୍ରାଳୟ ଓ ବିଭାଗଗୁଡ଼ିକ ହେଲେ, ସଂସ୍କୃତି ମନ୍ତ୍ରାଳୟ, ଗୃହ ବ୍ୟାପାର ମନ୍ତ୍ରାଳୟ , ଗୃହ ବ୍ୟାପାର ମନ୍ତ୍ରାଳୟ , ଗୃହ ଓ ନଗର ଉନ୍ନୟନ ବ୍ୟାପାର ମନ୍ତ୍ରାଳୟ , ଜନଜାତି ବ୍ୟାପାର ମନ୍ତ୍ରାଳୟ ଏବଂ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ । ଏଥିରେ ସେମାନେ ଗତ ଅଳ୍ପ କେତେ ବର୍ଷ ତଳେ କରିଥିବା କାର୍ଯ୍ୟ ଓ କୃତିତ୍ବ ପ୍ରଦର୍ଶନ କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com