ଅନ୍ୟାନ୍ୟ

ନାଇଜେରିଆରେ ବୋମା ବିସ୍ଫୋରଣ : ୫୦ରୁ ଉର୍ଦ୍ଧ୍ୱ ମୃତ

ଭୁବନେଶ୍ୱର, ୨୬/୦୧/୨୦୨୩ –   ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟ ନସାରାଓ୍ବା ବେନ୍ୟୁ ଅଞ୍ଚଳରେ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି । ଏହି ବିସ୍ଫୋରଣରେ ୫୦ରୁ ଉର୍ଦ୍ଧ୍ୱ ଲୋକ ମୃତ୍ୟୁବରଣ କରିଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରକୃତ ମୃତ୍ୟୁସଂଖ୍ୟା ଜଣାପଡ଼ି ନ ଥିବାରୁ ଏହି ସଂଖ୍ୟା ବଢ଼ିବା ଅନୁମାନ କରାଯାଉଛି ।

ନସାରାଓ୍ବାରୁ ବେନ୍ୟୁକୁ କିଛି ଗୋ-ପାଳକ ଗୋରୁ ନେଇ ଯାଉଥିବା ସମୟରେ ସେମାନଙ୍କୁ ସ୍ଥାନୀୟ ପ୍ରଶାସନ ଅଟକାଇ ପଚରାଉଚରା କରିଥିଲେ । ଏହି ସମୟରେ ହଠାତ୍ ଭୟଙ୍କର ବିସ୍ଫୋରଣ ଘଟିଥିଲା । ଆଉ ସମ୍ପୂର୍ଣ୍ଣ ପରିବେଶ ଧୂଆଁମୟ ହୋଇ ଯାଇଥିଲା । ଏପରି ଭୟଙ୍କର ବିସ୍ଫୋରଣ ପଛରେ କାହାର ହାତ ଅଛି ତାହା ଜଣା ପଡ଼ିନାହିଁ ।

ଏହି ଘଟଣାକୁ ନେଇ ନସାରାଓ୍ବା ରାଜ୍ୟପାଳ ଗଭୀର ଦଃଖ ପ୍ରକାଶ କରିଛନ୍ତି । ବିସ୍ଫାରଣ କିପରି ଏବଂ କାହିଁକି ହୋଇଛି ତାହା ତଦନ୍ତ କରାଯାଉଛି ଏବଂ ଖୁବ୍ ଶୀଘ୍ର ଆକ୍ରମଣକାରୀଙ୍କୁ ଖୋଜି ବାହାର କରାଯିବ ବୋଲି ସେ କହିଛନ୍ତି । ସ୍ଥାନୀୟ ଅଞ୍ଚଳରୁ ଘେରାବନ୍ଦୀ କରି ଛାନବିନ୍ କରୁଛି ସୁରକ୍ଷା ଏଜେନ୍ସି ।

Related Articles

Back to top button
WP Twitter Auto Publish Powered By : XYZScripts.com