Featuredଓଡ଼ିଶାଜାତୀୟ

ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଗିନିଜ ବୁକ୍ ଅଫ ଓ୍ବାର୍ଲ୍ଡ ରେକର୍ଡସ୍

ଭୁବନେଶ୍ବର: ଓଡ଼ିଶା ପାଇଁ ଗର୍ବର ମୁହୂର୍ତ୍ତ । ବିଶ୍ବର ସବୁଠାରୁ ଅଧିକ ସିଟ ଥିବା ବଡ଼ ହକି ଷ୍ଟାଡିୟମ୍ ପାଇଁ ଗିନିଜ ବୁକ୍ ଅଫ୍ ୱାର୍ଡଲ ରେକର୍ଡସରେ ସ୍ଥାନ ପାଇଲା ବିର୍ସାମୁଣ୍ଡା ଷ୍ଟାଡିୟମ୍ ।

ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍ ବିଶ୍ବର ସର୍ବବୃହତ ହକି ଷ୍ଟାଡିୟମର ଅଫିସିଆଲ୍ ମାନ୍ୟତା ପାଇଛି । ଏହି ଖୁସି ଖବରକୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି ଫାଇଭ ଟି ସଚିବ ଭିକେ ପାଣ୍ଡିଆ । ଖବର ଶୁଣି ବେଶ୍ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସମସ୍ତଙ୍କର ପ୍ରୟାସ, ସହଭାଗୀତା ଓ ଏକ ହୋଇ କାମ କରିବା ଫଳରେ ଓଡିଶାକୁ ସଫଳତା ମିଳିଛି । ମାତ୍ର 15 ମାସରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିୟମ୍ ନିର୍ମାଣ କରିବା ଏକ ମିରାକିଲ୍ । ମାତ୍ର ଓଡ଼ିଶାର ନିଷ୍ଠାପର ଉଦ୍ୟମ ଏହାକୁ ବାସ୍ତବ ରୂପ ଦେଇଛି ।’

Related Articles

Back to top button
WP Twitter Auto Publish Powered By : XYZScripts.com