Featuredଅନ୍ତର୍ଜାତୀୟ

ଇରାନ୍‌ରେ ଭୂମିକମ୍ପ: ୭ ମୃତ

ନୂଆଦିଲ୍ଲୀ: ଉତ୍ତର ପଶ୍ଚିମ ଇରାନର ପଶ୍ଚିମ ଅଜରବୈଜାନ ଅଞ୍ଚଳର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ଥିବା ରେକର୍ଡ ହୋଇଛି। ଏହ ଭୂକମ୍ପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୪୦ରୁ ଅଧିକ ଆହତ ହୋଇଛନ୍ତି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି।

ଖୋୟେ ସହରରେ ଥିବା କିଛି ବଡ଼ ବଡ଼ ଘର ଭୁଶୁଡି ପଡିଛି । ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇ ରହିଥିହା ଅନୁମାନ କରାଯାଇଛି । ପ୍ରଶାସନ ପକ୍ଷରୁ ଲୋକଙ୍କୁ ଉଦ୍ଧାର କାର୍ଯ୍ଯ ଜାରି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com