Featuredଓଡ଼ିଶାରାଜନୀତି

ନବଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀଙ୍କୁ ଘଟଣା ସ୍ଥଳକୁ ଯାଇ ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଲିସ କର୍ମୀ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି । ବ୍ରଜରାଜନଗର ଏସଡିପିଓ କହିଥିଲେ ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। କିନ୍ତୁ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କଲା ତାହା ଜଣାପଡିନାହିଁ ।

ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ରହିଛି। ତାଙ୍କ ଅବସ୍ଥା ଗରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡାରୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com